Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||

୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି : ଘଡଘଡି ସହ ହେବ ବର୍ଷା, ୩୦ରୁ ୪୦କି.ମି. ବେଗରେ ବହିବ ପବନ

26/02/2020 at 7:11 AM

ଭୁବନେଶ୍ବର ୨୬।୨: ଆଜି ବି ବର୍ଷା ସମ୍ଭାବନା । କାଲିଠୁ ବର୍ଷା କମିବା ସହ ପାଗରେ ପରିବର୍ତ୍ତନ ଆସିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉପକୂଳ ଓଡ଼ିଶା ସହ ମୟୁରଭଞ୍ଜ, ଖୋର୍ଦ୍ଧା, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳରେ ଘନ କୁହୁଡି ସମ୍ଭାବନା ରହିଛି  ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଜି ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ, ସୁନ୍ଦରଗଡ, ଦେଓଗଡ, କେନ୍ଦ୍ରାପଡା ଭଳି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲ୍ଲାରେ ବର୍ଷା ସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବ ।

୨୭ରୁ ବର୍ଷାର ପରିମାଣ କମିବା ସହ ପାଗରେ ପରିବର୍ତ୍ତନ ଆସିବ । ଉପକୂଳ ଓଡ଼ିଶା ସହ ମୟୁରଭଞ୍ଜ, ଖୋର୍ଦ୍ଧା, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳରେ ଘନ କୁହୁଡି ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

   Related Posts