ଆଜିଠୁ ବଢିବ ବର୍ଷା : ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | January 02, 2020 IST

ଭୁବନେଶ୍ବର ୨।୧:  ବର୍ଷ ଆରମ୍ଭରୁ ପାଣିପାଗରେ ପରିବର୍ତନ ଆସିଛି । ଗତ କିଛିଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗତକାଲି ସକାଳେ ସାରା ରାଜ୍ୟରେ ଶୁଖିଲା ପାଗ ଲାଗି ରହିଥିଲା । ତେବେ ଅପରାହ୍ନ ବେଳକୁ ପାଗରେ କିଛିଟା ପରିବର୍ତନ ଆସଥିଲା । ରାତିରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ନେଇ ସୂଚନା ମିଳିଛି ।

ଆଜି ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଆଜି ଓ ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଏଥିସହ ଦେବଗଡ଼, ସୋନପୁର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଆଉ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ଆଶଙ୍କା ଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସତର୍କ ରହିବାକୁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି । ଆସନ୍ତାକାଲି ପୂର୍ବାହ୍ନଠାରୁ ୪ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ । ତାହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.