ଆସନ୍ତା ୨୪ ଘଣ୍ଟାରେ ବର୍ଷା ଛେଚିବ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍‌ ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | June 27, 2021 IST

ଭୁବନେଶ୍ୱର, ୨୭/୦୬: ଆସନ୍ତା ୨୪ ଘଣ୍ଟାରେ ବର୍ଷା ଛେଚିବ । ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣି ଜାରି କରିଥିବା ସୂଚନା ମିଳିଛି ।

ସେହିପରି ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା ଏବଂ କନ୍ଧମାଳ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୯ ଓ ୩୦ ତାରିଖରେ ବର୍ଷା ସାମାନ୍ୟ ପରିମାଣରେ କମିବ ଏବଂ ଜୁଲାଇ ୧ରୁ ପୁନର୍ବାର ବର୍ଷା ସ୍ଥିତି ଦେଖାଦେବ । ତେବେ ରାଜଧାନୀ ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହୋଇପାରେ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.