କଳାହାଣ୍ଡିରେ ନଦୀ କୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

Published By : Prameya-News7 Bureau | October 09, 2018 IST

କଳାହାଣ୍ଡି ୯|୧୦:  ନଦୀ କୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ଅନ୍ତର୍ଗତ ସନ୍ଧିକୁଲିଆରୀ ତେଲ ନଦୀ କୂଳରୁ ଉଦ୍ଧାର କରାଯାଇଛି ମୃତଦେହ । ଯୁବତୀଙ୍କ ମୃତଦେହ ନଦୀ ପାଣିରେ ଭାସୁଥିବାର ସ୍ଥାନୀୟ ଲୋକ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଧର୍ମଗଡ ପୋଲିସ ପହଞ୍ଚି ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ମେଡିକାଲକୁ ପଠାଇଛି । ତେବେ ମୃତ ଯୁବତୀଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରିନାହିଁ । ଯୁବତୀ ଜଣଙ୍କୁ କେହି ହତ୍ୟା କରି ନଦୀରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.