Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ବଡଭାଇର ଠେଙ୍ଗା ମାଡ଼ରେ ସାନଭାଇ ମୃତ

30/07/2018 at 7:22 AM

ଭାଇ ନେଲା ଭାଇର ଜୀବନ । ବଡ଼ଭାଇର ଆକ୍ରମଣରେ ସାନଭାଇ ମୃତ । ଏମିତି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ବଡ଼ବିଲ ଷ୍ଟେସନ ରୋଡ଼ ଅଂଚଳରେ । ମୃତକ ହେଉଛନ୍ତି ଲାଇନ ହଟିଂର ରାହୁଲ ଥାପା । ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥତ୍ବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ବଡ଼ବିଲ ପୋଲିସ ଅଭିଯୁକ୍ତ ବଡ଼ଭାଇ ବିପିନ ଥାପାଙ୍କୁ ଅଟକ ରଖି ପଚରା ଉଚୁରା ପରେ ଗିରଫ କରିଛି । ଅଭିଯୁକ୍ତ ବିପିନ ପୋଲିସ ନିକଟରେ ନିଜ ଦୋଷ ସ୍ୱୀକାର କରିଛି । ଘରବାଡିକୁ ନେଇ ଉଭୟ ଭାଇଙ୍କ ମଧ୍ୟରେ ଅନେକ ଦିନରୁ ତିକ୍ତତା ଲାଗି ରହିଥିଲା । ଗତକାଲି ବିଳମ୍ବିତ ରାତିରେ ୨ 2ଭାଇଙ୍କ ମଧ୍ୟରେ ଝଗଡ଼। ହୋଇଥିଲା । ପ୍ରଥମେ ସାନଭାଇ ରାହୁଲ ବଡ଼ଭାଇ ବିପିନଙ୍କୁ ମାଡ଼ମାରି ତଂଟି ଚିପିବା ପାଇଁ ଉଦ୍ୟମ କରିଥିଲା । ଏଥିରେ ଉତକ୍ଷିପ୍ତ ହୋଇ ବଡ଼ଭାଇ ବିପିନ ଏକ କାଠ ବେଣ୍ଟ ଉଠାଇ ରାହୁଲର ମୁଣ୍ଡକୁ ଶକ୍ତ ପ୍ରହାର ଦେଇଥିଲା । ଫଳରେ ସେହିଠାରେ ହିଁ ରାହୁଲର ମୃତ୍ୟୁ ହୋଇଥିଲା ବୋଲି ଭାଉଜ ରାଧତ୍କା ଥାପା କହିଛନ୍ତି । ବଡ଼ବିଲ ପୋଲିସ ଏକ ହତ୍ୟା ମାମଲା ରୁଜ୍ଜୁ କରି ଶବକୁ ବ୍ୟବଚ୍ଚେଦ ପାଇଁ ପଠାଇଛି ।

   Related Posts