Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଶାରିରୀକ ସମ୍ପର୍କ, ବିବାହ ପାଇଁ କହିବାରୁ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କଲେ ଯୁବକ !

26/07/2021 at 11:04 AM

ସାଲେପୁର ୨୬।୭: ବିବାହର ପ୍ରଲୋଭନ ଦେଖାଇ ନାବାଳିକା ଛାତ୍ରୀଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କଲା ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ଜଗତପୁର ଥାନା ଅଞ୍ଚଳରେ । ଏ ନେଇ ଛାତ୍ରୀଜଣଙ୍କ ଜଗତପୁର ଥାନାରେ ନ୍ୟାୟ ଦାବିରେ ଲିଖିତ ଅଭିଯୋଗ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ୨ ବର୍ଷ ତଳେ ଛାତ୍ରୀ ଜଣଙ୍କ ସହିତ ଫେସବୁକ ଜରିଆରେ ସ୍ଥାନୀୟ ଅଞ୍ଚଳର ଯୁବକଙ୍କର ସମ୍ପର୍କ ଗଢିଉଠିଥିଲା । ସମ୍ପର୍କ ନିବିଡ ହେବାପରେ ବିବାହର ପ୍ରଲୋଭନ ଦେଖାଇ ଯୁବକ ଜଣଙ୍କ ଅନେକ ଥର ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ । ଏମିତି କି ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋ ଓ ଭିଡିଓକୁ ମୋବାଇଲରେ ରେକର୍ଡ କରିଥିଲେ । ଛାତ୍ରୀଙ୍କର ଇନଷ୍ଟାଗ୍ରାମର ପାସୱାର୍ଡ ଦେଇ ଯୁବକ ଜଣଙ୍କ ରଖିବା ସହ  ବ୍ୟବହାର କରୁଥିଲା ।

ହେଲେ ବିବାହ ପାଇଁ ଛାତ୍ରୀ ଜଣଙ୍କ ସମ୍ପୃକ୍ତ ଯୁବକ ଜଣଙ୍କୁ କହିବାରୁ ଯୁବକ ଜଣଙ୍କ  ପ୍ରତାରଣା କରିବା ସହ ଛାତ୍ରୀ ଜଣଙ୍କର ଇନଷ୍ଟାଗ୍ରାମରେ ଯୁବକ ଜଣଙ୍କ ପାସୱାର୍ଡ ଦେଇ ରଖିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋ ଓ ଭିଡିଓକୁ ଭାଇରାଲ୍ କରିଦେଇଥିଲେ । ଏହା ଜାଣିବା ପରେ ପୀଡିତା ଛାତ୍ରୀ ଜଣଙ୍କ ପରିବାର ସହ ଯାଇ ଜଗତପୁର ଥାନାରେ ସଂପୃକ୍ତ ଯୁବକଙ୍କ ନାମରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଉକ୍ତ ଯୁବକକୁ ପୋଲିସ ଖୋଜାଖୋଜି କରୁଥିବା ସୂଚନା ଦେଇଛି।

   Related Posts