Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ମର୍ଣ୍ଣିଂ ଓ୍ବାକ୍ ବେଳେ ଟ୍ରକ୍ ଆଗକୁ ଡେଇଁ ପଡିଲେ ଯୁବକ, ଘଟଣାସ୍ଥଳରେ ମୃତ୍ୟୁ

25/06/2020 at 7:33 AM

ସୋର ୨୫।୬: ଟ୍ରକ୍ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ । ମର୍ଣ୍ଣିଂ ଓ୍ବାକ୍ ବେଳେ ଯୁବକ ଜଣଙ୍କ ଏଭଳି ଭାବେ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ସୋର ଉତ୍ତରେଶ୍ବର ନିକଟରେ ସଂପୃକ୍ତ ଯୁବକ ଜଣଙ୍କ ମର୍ଣ୍ଣିଂ ଓ୍ବାକ୍ କରୁଥିଲେ । ସେହି ସମୟରେ ସେ ହଠାତ୍ ଟ୍ରକ୍ ଆଗକୁ ଡେଇଁ ପଡିଥିଲ । ଏଭଳି ଟ୍ରକ୍ ଆଗକୁ ଡେଇଁ ଯୁବକ ଜଣଙ୍କ କ’ଣ ପାଇଁ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ ।

ଖବର ପାଇ ଘଟଣାସ୍ଥଳରେ ସୋର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରୁ ମୃତଦେହ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଖବର ଲେଖା ହେବା ବେଳକୁ ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।

   Related Posts