Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ : ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

1/02/2021 at 2:55 PM

ସାନଖେମୁଣ୍ଡି ୧।୨: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଉଁଶିଆ ଗାଁରେ ରବିବାର ମଧ୍ୟରାତ୍ରିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଚିକିତ୍ସା ପାଇଁ ପ୍ରଥମେ ପୋଲସରା ଓ ପରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣଙ୍କ ହେଲେ ସୁଶାନ୍ତ ବିଶ୍ଵାଳ ବୋଲି ଜଣାପଡିଛି । ବାଉଁଶିଆ ଗାଁର ଆମ୍ଵତୋଟାଠାରେ ସେ ମଦ ବିକ୍ରି କରୁଥିଲେ ।

ସେପଟେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣାର ପ୍ରକୃତ  କାରଣ ଜଣାପଡିନାହିଁ । ୩ ଜଣ ଦୁର୍ବୃତ୍ତ ଏହି ହତ୍ୟାକାଣ୍ଡ ଘଟାଇଥିବା ସୂଚନା ମିଳିଛି ।

   Related Posts