Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ପଥରରେ ଛେଚି ଯୁବକଙ୍କୁ ନିର୍ମମ ହତ୍ୟା ! ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ

18/10/2021 at 5:10 PM

ବଡବିଲ ୧୮।୧୦: ପଥରରେ ଛେଚି ଯୁବକଙ୍କୁ ନିର୍ମମ ହତ୍ୟା । କେନ୍ଦୁଝର ଜିଲ୍ଲା ଯୋଡ଼ା ପୌରାଞ୍ଚଳ ୫ ନଂ ୱାର୍ଡ ଆଜାଦବସ୍ତି ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଛି । ବୁଧୁରାମ ସିରିକା ମୁଣ୍ଡା ନାମକ ଜଣେ ଯୁବକଙ୍କୁ ପଥରରେ ଛେଚି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ଏହି ଘଟଣା ଯୋଡା ଅଞ୍ଚଳରେ ଏବେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

ସୂଚନାଯୋଗ୍ୟ ଯେ, ବୁଧୁରାମ ସିରିକା ମୁଣ୍ଡାଙ୍କ ସହ ପଡୋଶୀ ୩ ଭାଇ ମାସୀ ମୁଣ୍ଡା, ଲାଦର ମୁଣ୍ଡା ଓ ଶିବ ମୁଣ୍ଡା  ଗଣ୍ଡଗୋଳ କରିଥିଲେ ।  ପରେ ଘର ଭିତରେ ପଶି ପଥରରେ ଛେଚି ଛେଚି ହତ୍ୟା କରି ଫେରାର ହୋଇଯିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ବୁଧୁରାମଙ୍କ ସ୍ତ୍ରୀ ସରସ୍ବତୀ  ମୁଣ୍ଡା କାମ କରିବା ପାଇଁ ବାହାରକୁ ଯାଇଥିଲେ ।  ତେବେ ପାଖ ପଡୋଶୀ ଓ ସ୍ଥାନୀୟ ଲୋକେ ଦୁଇ ଭାଇଙ୍କୁ କାବୁ କରି ବାନ୍ଧି ପୋଲିସକୁ ଜିମା ଦେଇଥିବା ବେଳେ ଲଦର ମୁଣ୍ଡା ଘଟଣାସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଥିଲା ।

ଖବର ପାଇ ଘଟଣାସ୍ଥଳରେ ଯୋଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ହତ୍ୟାରେ ବ୍ୟବହୃତ ପଥରକୁ ଜବତ କରି ଛାନଭିନ୍ ଚଳାଇଛି ପୋଲିସ ।  ତେବେ ହତ୍ୟାକାଣ୍ଡ ପଛର ପ୍ରକୃତ କାରଣ ଜଣାପଡି ନାହିଁ । ପୂର୍ବ ଶତ୍ରୁତା ଯୋଗୁଁ ଏହି ହତ୍ୟାକାଣ୍ଡ  ଘଟିଥିବା ସନ୍ଦେହ କରାଯାଉଛି ।   ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖି ଅଧିକ ପଚରାଉଚରା ଚଳାଇଛି । 

   Related Posts