ହାଥରସ ଗଣଦୁଷ୍କର୍ମର ପ୍ରତିବାଦ : ପ୍ରଧାନମନ୍ତ୍ରୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ପୋଡିଲେ ଯୁବ କଂଗ୍ରେସ କର୍ମୀ

Published By : Prameya-News7 Bureau | October 03, 2020 IST

ଚଣ୍ଡିଖୋଲ ୦୩।୧୦: ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଦେଶବ୍ୟାପୀ ଅସନ୍ତୋଷ ଜାରି ରହିଛି । ଘଟଣାକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗି ଥିବା ବେଳେ ଆଜି ଯୁବ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କୁଶପତଲିକା ଦାହ କରାଯାଇଛି । ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଠାରେ ବଡଚଣା ଯୁବ କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ କରାଯାଇଛି ।

{"id":338051,"sizeSlug":"large"}

ନାରୀଙ୍କୁ ସୁରକ୍ଷା ଦେବାରେ ବିଫଳ ହୋଇଥିବା କେନ୍ଦ୍ର ସରକାର ଓ ଉତ୍ତରପ୍ରଦେଶ ସରକାର ତୁରନ୍ତ ଇସ୍ତଫା ଦିଅନ୍ତୁ । ନହେଲେ ଆଗାମୀ ଦିନ ରେ ଯୁବ କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଜାରି ରହିବ । ଯାଜପୁର ଜିଲ୍ଲା ଯୁବ କଂଗ୍ରେସ ସାଧାରଣ ସମ୍ପାଦକଙ୍କ ନେତୃତ୍ୱ ରେ କେନ୍ଦ୍ର ବିରୋଧୀ ନାରା ବାଜି ସହ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ କୁଶ ପତାଲିକା ଦାହ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.