କେନ୍ଦ୍ରାପଡା ୨୬|୧୨: ବାଇକ୍ କୁ ଧକ୍କା ଦେଲା କାର୍ । ଦୁର୍ଘଟଣାରେ ଯୁବକ ମୃତ । କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫(କ)ରେ ହୋଇଛି ଦୁର୍ଘଟଣା ।
ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଦରବଚ୍ଚା ଗାଁର ଭରତ ଭୁଷଣ ମଲ୍ଲ ବାଇକ୍ ଯୋଗେ ଘରକୁ ଫେରୁଥିବା ସମୟରେ ଏକ କାର୍ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଭରତ ଘଟଣା ସ୍ଥଳରେ ଗୁରୁତତ ହୋଇପଡିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଛନ୍ତି । ତେବେ ତାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳକେ ଉତ୍ତେଜନା ପ୍ରକାଶ ପାଇଥିଲା ।