Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

୭୨ଘଣ୍ଟା ପରେ ମିଳିଲା ଯୁବକଙ୍କ ମୃତଦେହ, ନଦୀ ଭିତରକୁ ଟାଣି ନେଇଥିଲା କୁମ୍ଭୀର

27/08/2019 at 5:08 PM

ପଟ୍ଟାମୁଣ୍ଡାଇ ୨୭|୮: ଦୀର୍ଘ ୭୨ଘଣ୍ଟା ପରେ କୁମ୍ଭୀର ଟାଣି ନେଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଉଛନ୍ତି ଚନ୍ଦନ ଦେ ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ପଟ୍ଟମୁଣ୍ଡାଇ ନୀଳକଣ୍ଠପୁରରେ ଯୁବକଙ୍କୁ ନଦୀ ଭିତରକୁ ଟାଣି ନେଇଥିଲା କୁମ୍ଭୀର । ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି ନେଇଥିଲା । ଏହାପରେ ସେ ନିଖୋଜ ଥିଲେ । ବହୁ ଖୋଜାଖୋଜି ପରେ ଆଜି ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସ୍ଥାନୀୟ ଲୋକ କୁମ୍ଭୀର ଆତଙ୍କକୁ ନେଇ ଭୟଭୀତ ଅବସ୍ଥାରେ ଅଛନ୍ତି ।

   Related Posts