ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | May 17, 2019 IST

ଦେବଗଡ ୧୭|୫: ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ପାଲୁଣୀପଡା ଗାଁ ନିକଟ କେନ୍ଦୁପତ୍ର ଗୋଦାମ ନିକଟରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ପାଲୁଣୀପଡା ଗାଁର ମନୋଜ ମହାନନ୍ଦ । ସେ ଚାରି ଦିନ ତଳୁ ନିଖୋଜ ଥିଲେ । ତେବେ ଆଜି ତାଙ୍କର ଗଳିତ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ରିଆମାଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଦେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.