Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

୩ ଦିନ ଧରି ନିଖୋଜ ଥିବା ଯୁବକଙ୍କ ଶବ ଜଙ୍ଗଲରୁ ଉଦ୍ଧାର

19/08/2019 at 3:35 PM

ମାଲକାନଗିରି ୧୯|୮: ମାଲକାନଗିରି ଜିଲ୍ଲା ଖଇରିପୁଟ ବ୍ଲକର ଝରିଆଗୁଡା ଗ୍ରାମ ଜଙ୍ଗଲରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ମଙ୍ଗଳା ପୂଜାରୀ । ମଙ୍ଗଳା ୩ ଦିନ ପୂର୍ବେ ଘରୁ ଜମିକୁ ଚାଷ ପାଇଁ ଯାଇଥିଲେ । ତେବେ ୩ ଦିନ ଧରି ସେ ଘରକୁ ଫେରି ନଥିବା ବେଳେ ଆଜି ପରିବାର ଲୋକେ ଖୋଜା ଖୋଜି କରିବା ବେଳେ ଜଂଗଲ ମଧ୍ୟରୁ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା । ତେବେ ଶରୀରରେ ଅନେକ ସ୍ଥାନରେ କ୍ଷତ ଚିହ୍ନ ସୃଷ୍ଟି ହୋଇଛି । 

ପରିବାରଲୋକଙ୍କ କହିବା ଅନୁଯାୟୀ ତାଙ୍କୁ ଭାଲୁ କିମ୍ବା କୌଣସି ଜଙ୍ଗଲୀ ଜନ୍ତୁ ଆକ୍ରମଣ କରିବା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ପୋଲିସ ଓ ବନ ବିଭାଗର ଅଧିକାରୀମାନେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts