Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

9/10/2019 at 12:02 PM

ଝାରସୁଗୁଡା ୯।୧୦: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଖୁଖେଳମାଲ ଗ୍ରାମ ପୋଖରୀରେ ଭାସୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଯୁବକ ତିଳେଇମାଲ ଗ୍ରାମର ଲୋଚନ ଖଡ଼ିଆ ବୋଲି ଜଣାପଡିଛି । ମୃତକଙ୍କ ବୟସ ପାଖାପାଖି ୩୫ବର୍ଷ ହେବ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ସନ୍ଧ୍ୟାରେ ଗ୍ରାମର କିଛି ଲୋକେ ପୋଖରୀରେ ଗୋଟିଏ ଶବ ଭାସୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ତେବେ ଘଡଘଡି ସହିତ ଜୋର ବର୍ଷା ହେଉଥିବା ଯୋଗୁଁ ପୋଲିସ ଶବକୁ ଉଦ୍ଧାର କରିପାରିନଥିଲା । ଆଜି ସକାଳୁ ବ୍ରଜରାଜନଗର ପୋଲିସ ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଶବ ବ୍ୟବଚ୍ଛେହ ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି । ମୃତକ ଜଣଙ୍କ ତିଳେଇମାଲ ଗାଁ ନିଜ ମାମୁ ଘରକୁ ବୁଲିବା ପାଇଁ ଆସିଥିଲେ ।

   Related Posts