Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

9/08/2019 at 10:33 AM

ବୌଦ୍ଧ ୯|୮: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା କୁଣ୍ଡାମାଲ ଗାଁରେ ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ସେହି ଗାଁର ଅଚ୍ୟୁତ ସୁନା । ଯୁବକର ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ସନ୍ଧ୍ୟାରେ ଅଚ୍ୟୁତ ପଳସାଗୋରା ଗାଁକୁ ଆସି ଆଉ ଘରକୁ ଫେରିନଥିଲେ । ଆଜି ସକାଳୁ ଗାଁଲୋକେ ତାଙ୍କ ମୃତଦେହ ବିଲରେ ପଡିଥିବାର ଦେଖିଥିଲେ । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ଗ୍ରାମବାସୀ । ଖବର ପାଇ ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କେହି ଦୁର୍ବୃତ୍ତ ହତ୍ୟା କରିବା ପରେ ବିଲରେ ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି ।

   Related Posts