Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||

ଜଙ୍ଗଲରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

9/12/2019 at 10:06 AM

ନବରଙ୍ଗପୁର ୯।୧: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ଅନ୍ତର୍ଗତ ମୈଦଲପୁର ଜଙ୍ଗଲରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ଉଦ୍ଧାର ମୃତଦେହଟି ନାକଟିଗୁଡା ପଞ୍ଚାୟତ ଅନ୍ତର୍ଗତ ଝାଡ଼କୁସୁମୀ ଗ୍ରାମର ଯୁବକ ରାମ ଭତ୍ରାଙ୍କର ବୋଲି ଜଣାପଡିଛି । 

ଗତ ଗୁରବାର ଦିନ ସନ୍ଧ୍ୟାରେ ରାମ ଭତ୍ରାଙ୍କୁ ତାଙ୍କର କିଛି ସାଙ୍ଗ ଘରରୁ ଡାକି ନେଇଥିଲେ । ପରେ ରାମ ଘରକୁ ଫେରି ନ ଥିଲେ । ଯାହା ଫଳରେ ତାପର ଦିନ ଅର୍ଥାତ୍ ଶୁକ୍ରବାର ଦିନ ପରିବାର ତରଫରୁ ପାପଡାହାଣ୍ଡି ଥାନାରେ ଏତଲା ଦାୟର କରିଥିଲେ । ତେବେ ଆଜି ରାମଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ନିକଟରେ ଏକ ମଦ ବୋତଲ ଓ ଧାରୁଆ ଛୁରୀ ପଡିଥିଲା । ଫଳରେ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ମୈଦଲପୁର ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।

   Related Posts