ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | October 10, 2019 IST

ବ୍ରହ୍ମପୁର ୧୦।୧୦: ବ୍ରହ୍ମପୁରରେ ଅଜଣା ଯୁବକଙ୍କ ମୃତଦେହ ଠାବ ହୋଇଛି । ଗୋଳନ୍ଥରା ଥାନା ଅନ୍ତର୍ଗତ ମଦନପୁର ଗାଁକି ଯିବା ରାସ୍ତାରୁ ମୃତଦେହ ଉଦ୍ଧାର ହୋଇଛି । ତେବେ ଗାଁଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ତେବେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଯୁବକଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ପରିଚୟ ପାଇବା ପାଇଁ ପୋଲିସ ପଚରାଉଚରା ଚଳାଇଛି । ଗୋଳନ୍ଥରା ଥାନା ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.