Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରେଳ ଧାରଣା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

22/11/2019 at 10:36 AM

ବ୍ରହ୍ମପୁର ୨୨।୧୧: ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ପୁରୁଷୋତ୍ତମପୁର ରାଜପୁର ଗାଁର ଦୀପକ କୁମାର କୋଠିଆ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ଖୋଡାସିଙ୍ଗି ଏଲଆଇସି କାର୍ଯ୍ୟାଳୟ ପଛପାଖ ରେଳଧାରଣାରୁ ମିଳିଛି ଯୁବକଙ୍କ ମୃତଦେହ । ମୃତକ ଯୁବକ ହେଲେ ପୁରୁଷୋତ୍ତମପୁର ରାଜପୁର ଗାଁର ଦୀପକ କୁମାର କୋଠିଆ । ଦୀପକ ତାଙ୍କ ଅଜା ଘର ବଡଗୁମୁଳାରେ ରହି ପାଠ ପଢୁଥିଲେ । ତେବେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି ।

ରେଳ ଧାରଣାରେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ତେବେ ତାଙ୍କୁ କେହି ହତ୍ୟା କରିଛି ନାଁ ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ । ତାଙ୍କୁ କେହି ହତ୍ୟା କରି ରେଳ ଧାରଣାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts