Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଶୌଚ ହେବାକୁ ଯାଇ ଚାଲିଗଲା ଜୀବନ, ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

11/12/2019 at 9:50 AM

ଯାଜପୁର ୧୧।୧: ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଯାଜପୁର ଜିଲ୍ଲା ଛଞ୍ଚିଣା ଗ୍ରାମର ପବିତ୍ର ରାଉତ । ଶୌଚ ହେବାକୁ ଯାଇଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍ ଅନ୍ତର୍ଗତ ଛଞ୍ଚିଣା ପଞ୍ଚାୟତର ଛଞ୍ଚିଣା ଗ୍ରାମର ଗୌରସାମ୍ୟ ରାଉତଙ୍କ ବଡ଼ ପୁଅ ପବିତ୍ର ରାଉତ ପୋଖରୀକୁ ଶୌଚ ହେବାକୁ ଯାଇତିଲେ । ସେହି ସମୟରେ ପୋଖରୀରେ ବୁଡି ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ପବିତ୍ରଙ୍କ ଫେରିବା ବିଳମ୍ବ ଦେଖି ତାଙ୍କ ସ୍ତ୍ରୀ ଶ୍ବଶୁରଙ୍କୁ ଜଣାଇଥିଲା । ଏହାପରେ ଶ୍ବଶୁର ଚାରିଆଡେ ଖୋଜା ଖୋଜି କରିବା ପରେ ସ୍ଥାନୀୟ ପୋଖରୀରେ ମୃତଦେହ ଭାସୁଥିବାର ଦେଖି ଗାଁଲୋକଙ୍କୁ ଡାକିଥିଲେ । ଗାଁଲୋକେ ପବିତ୍ରଙ୍କୁ ପୋଖରୀରୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ପବିତ୍ର କାଟିଆ ଛକଠାରେ ଏକ ଦୋକାନ କରିଥିବା ବେଳେ ତାଙ୍କର ବର୍ଷକର ପୁଅଟିଏ ଅଛି । ପବିତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ଛଞ୍ଚିଣା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts