ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଘଟଣାସ୍ଥଳରେ ଯୁବକ ମୃତ

Published By : Prameya-News7 Bureau | January 14, 2020 IST

ଭୁବନ ୧୪।୧: ଗଛରେ ପିଟିହୋଇ ବାଇକ୍ ଦୁର୍ଘଟଣାଗ୍ରସ୍ତ । ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ମେଡିକାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।

{"id":211018,"sizeSlug":"large"}

ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଶାମଳ ଦର୍ଯନୀ ପୂର୍ତ୍ତ ବିଭାଗ ରାସ୍ତା କୁମୁର୍ଶିଙ୍ଗା ଗ୍ରାମ ନିକଟରେ ଏକ ଗଛରେ ବାଇକ୍ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ଅନ୍ତର୍ଗତ ବଲ୍ଲଭ ଗ୍ରାମର ସୁରେଶ ପାତ୍ରଙ୍କ ପୁଅ ବାପି ପାତ୍ର । ତାଙ୍କ ୩୭ ବର୍ଷ । ଭାରସାମ୍ୟ ହରାଇ ରାସ୍ତା କଡ ଗଛରେ ବାଇକ୍ ପିଟି ହୋଇଥିବା ଅନୁମାନ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.