Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

କାର୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

6/07/2019 at 3:14 PM

ନବରଙ୍ଗପୁର ୬|୭: ସଡକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଛି । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ୍ ଅନ୍ତର୍ଗତ ମଇଦଲପୁର ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ଡୁମୁରିପଦର୍ ଛକ ନିକଟରେ ସଡକ ଦୁର୍ଘଟଣାରେ ବାଇକ୍ ଆରହୀଙ୍କ ଜୀବନ ଯାଇଛି । ମୃତକ ହେଲେ ଖିତେସ୍ ପାଞ୍ଜିୟା । ଖିତେସ୍ଙ୍କ ଗାଡି ମଇଦଲପୁର୍ ରୁ ପାପଡାହାଣ୍ଡି ଆସୁଥିବା ସମୟରେ ଏକ କାର ସହ ଧକ୍କା ହେଇଥିଲା ।  ଘଟଣା ସ୍ଥଳରେ ବାଇକ୍ ଆରହୀ ଖିତେସଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ କାର ଡ୍ରାଇଭର ଫେରାର୍ ହୋଇଯାଇଛି । କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ମଇଦଲପୁର ଓ  ପାପଡାହାଣ୍ଡି ପୋଲିସ ଘଟଣା ତଦନ୍ତ ଆରମ୍ଭ କରିଛନ୍ତି ।

   Related Posts