Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

କୂଅରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

16/11/2019 at 10:25 AM

ବଲାଙ୍ଗିର ୧୬।୧୧: କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ କଣ୍ଟାବାଞ୍ଜି ଅଞ୍ଚଳର କମଳ ବାଗ । ଖବର ପାଇ ଘଟଣାସ୍ଥଳରେ କଣ୍ଟାବାଞ୍ଜି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଆଶ୍ରମ ପଡ଼ାର ଆଶ୍ରମ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ କଣ୍ଟାବାଞ୍ଜି ଅଞ୍ଚଳର କମଳ ବାଗ । ସେ କଣ୍ଟାବାଞ୍ଜି ଅଂଚଳରେ ହକର ଭାବରେ କାମ କରୁଥିବା ସୂଚନା ମିଳିଛି । କୂଅରେ ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ଘଟଣାସ୍ଥଳରେ କଣ୍ଟାବାଞ୍ଜି ପୋଲିସ ପହଞ୍ଚି କୂଅରୁ ଶବକୁ ଜବତ କରିଛି । ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟାର ରୂପ ଦେବା ପାଇଁ କୂଅରେ ଫିଙ୍ଗି ଦେଇଛି ତାହା ସ୍ପଷ୍ଟ ଜଣାପଡିନାହିଁ । ତେବେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts