Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଉଦ୍ଧାର, ମାଲ୍ ବୋଝେଇ ଟ୍ରେନ୍ ଧକ୍କା ଦେଇଥିବା ସନ୍ଦେହ

21/05/2021 at 11:34 AM

କଣ୍ଟାବାଞ୍ଜି ୨୧।୫: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନରୁ କିଛି ଦୂର ରେଳ ଲାଇନରେ ଜଣେ ଯୁବକ ରକ୍ତଜୁଡୁବୁଡୁ ଅବସ୍ଥାରେ ପଡିଥିବା ଦେଖିବାକୁ ମିଳିଥିଲା । ଯୁବକ ଜଣଙ୍କ କଣ୍ଟାବାଞ୍ଜିର ଇମ୍ରାନ ବୋଲି ଜଣାପଡିଛି । ରେଳବାଇ ପୋଲିସ ଖବର ପାଇ ଯୁବକକୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କଣ୍ଟାବାଞ୍ଜି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆଣିଥିଲେ । ତେବେ ମାଲ୍ ବୋଝେଇ ଟ୍ରେନ୍ ଧକ୍କାରେ ଯୁବକ ଜଣଙ୍କର ଏପରି ଅବସ୍ଥା ହୋଇଥିବା ଜଣାପଡିଛି । ଯୁବକଙ୍କ ହାତ ଗୋଟିଏ ସମ୍ପୂର୍ଣ୍ଣ ଭାବେ କଟିଯାଇଛି । ତେବେ କଣ୍ଟାବାଞ୍ଜି ଡ଼ାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରି ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଯୁବକ ଜଣଙ୍କ ଆତ୍ମହତ୍ୟା କରିବା ଉଦ୍ଦେଶ୍ୟରେ ଟ୍ରେନ୍ ଆଗରେ ଡେଇଁଥିଲେ ନା ଆଉ କିଛି କାରଣ ରହିଛି ତାହା ସ୍ପଷ୍ଟ ହୋଇପାରିନାହିଁ ।

   Related Posts