ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା ସନ୍ଦେହ

Published By : Prameya-News7 Bureau | October 06, 2020 IST

ଯାଜପୁର ୬।୧୦: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ । ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ପଞ୍ଚାୟତର ପୁଡାହଟିଙ୍ଗ ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

{"id":339438,"sizeSlug":"large"}

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ପଞ୍ଚାୟତର ପୁଡାହଟିଙ୍ଗ ସାହିର ମୋତିହସ କେର୍କେଟାଙ୍କ ପୁଅ ରଞ୍ଜିତ କେର୍କେଟା । ମଙ୍ଗଳବାର ସକାଳ ପ୍ରାୟ ୮ଟା ବେଳେ ପୁଡା ହଟିଙ୍ଗ ପାଖରେ ଥିବା ଆମ୍ବ ତୋଟାର ଏକ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ପାରିବାରିକ କଳହ ଯୋଗୁଁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.