Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

30/08/2019 at 8:35 AM

ନିଶ୍ଚିନ୍ତକୋଇଲି ୩୦।୮: ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ଗାଁର ଏକ ବିଦ୍ୟାଳୟ ନିକଟ ଗଛରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ୨୫ ବର୍ଷୀୟ ଲିପୁ ମାହୁନ୍ତ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

   Related Posts