Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରେଳ ଷ୍ଟେସନ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ?

20/10/2020 at 12:05 PM

ଖଲ୍ଲିକୋଟ ୨୦।୧୦: ଗଞ୍ଜାମ ଖଲ୍ଲିକୋଟ ନିକଟସ୍ଥ କାଳିଜାଇ ଷ୍ଟେସନ ପରିସରରେ ଜଣେ ଯୁବକଙ୍କ  ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଷ୍ଟେସନ ପରିସରରେ ଏକ ଗଛ ଡାଳରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକ । ମୃତକ ଜଣଙ୍କ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଲନ୍ତର ଗ୍ରାମର ସୁସିଲା ମହାରଣା । ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଝୁଲାଇ ଦେଇଛନ୍ତି ନା’ ସେ ଆତ୍ମହତ୍ୟା କରିଛନ୍ତି ତାର କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

   Related Posts