ଯୁବକଙ୍କୁ ପିଟି ପିଟି ହତ୍ୟା, ଅଭିଯୋଗ ଆଣିଲେ ପରିବାରଲୋକ

Published By : Prameya-News7 Bureau | October 02, 2020 IST

ଭଦ୍ରକ ୨।୧୦: ଯୁବକଙ୍କୁ ପିଟି ପିଟି ହତ୍ୟା । ମୃତ ଜଣକ ହେଲେ କଟିଆ ମିର୍ମୁ । ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିର କଟିଆ ମୁର୍ମୁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । କିନ୍ତୁ ହତ୍ୟାକାଣ୍ଡକୁ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ଏପରିକି ବାଡ଼ିରେ ପିଟି ପିଟି ଯୁବକ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ ।ଏନେଇ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରକୃତରେ କେଉଁ କାରଣରୁ ଏଭଳି ଘଟଣା ଘଟିଛି, ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।

କିନ୍ତୁ ତା ପୂର୍ବରୁ ଏକ ଭିଡ଼ିଓ ଭାଇରାଲ ହେଉଛି । ଯେଉଁଥିରେ ଗାଁର ଜଣେ ଯୁବକ ଏକ ବାଡ଼ିରେ ଉକ୍ତ ବ୍ୟକ୍ତିଙ୍କୁ ମାଡ଼ ମାରିବା ସହ ଗାଳି ଦେଉଛନ୍ତି । ଏହି ମାଡ଼ ମାରୁଥିବାର ଦୃଶ୍ୟ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ୍‌ ହେବାରେ ଲାଗିଛି। ଏପଟେ ପୋଲିସର ତଦନ୍ତ ଜାରି ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.