ଯୁବକଙ୍କୁ ପିଟି ପିଟି ହତ୍ୟା କଲେ ଦୁର୍ବୃତ୍ତ, ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା ସନ୍ଦେହ
21/11/2019 at 10:11 AM

ସୁନ୍ଦରଗଡ ୨୧।୧୧: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା । ମୃତ ଯୁବକ ରିଙ୍କୁ ଗୁପ୍ତା । ସୁନ୍ଦରଗଡ ଜିଲ୍ଲା ପତ୍ରାପାଲିରେ ଘଟିଛି ଏହି ହତ୍ୟାକାଣ୍ଡ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ରାତି ପ୍ରାୟ ୧୦ଟା ସମୟରେ ମୃତ ରିଙ୍କୁ ଗୁପ୍ତା ପୁରୁଣା ବସଷ୍ଟାଣ୍ଡ ସୁପର ମାର୍କେଟରେ ଥିବା ତାଙ୍କ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ । ସେହି ସମୟରେ କିଛି ଦୁର୍ବୃତ୍ତ ତାଙ୍କୁ ବାଡେଇ ବାଡେଇ ହତ୍ୟା କରିଛନ୍ତି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ଖବର ପାଇ ଘଟଣାସ୍ଥଳରେ ସୁନ୍ଦରଗଡ ଟାଉନ ପୋଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ତେବେ ଏହି ହତ୍ୟାକାଣ୍ଡରେ କାହାର ସଂପୃକ୍ତି ଅଛି ତାହା ସ୍ପଷ୍ଟ ଜଣାପଡିନାହିଁ । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଥିବା ବେଳେ ହତ୍ୟାକାରୀ ନିକଟରେ ପହଞ୍ଚିବାକୁ ପ୍ରୟାସ କରୁଛି ।