Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

ପାରିବାରିକ କଳହର କରୁଣ ପରିଣତି : ହେମଦସ୍ତାରେ ଛେଚି ସାବତ ମାଆକୁ ହତ୍ୟା କଲା ପୁଅ

14/03/2019 at 3:07 PM

ମହାକାଳପଡା ୧୪|୩ : କେନ୍ଦ୍ରାପଡା ମହାକାଳପଡାରେ ଅଭାବନୀୟ ଘଟଣା ଘଟିଛି । ହେମଦସ୍ତାରେ ଛେଚି ସାବତ ମାକୁ ପୁଅ ହତ୍ୟା କରିଛି । ମୃତକ ହେଲେ ବିନତା ଘଡେଇ । ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନା ଅନୁସାରେ କେନ୍ଦ୍ରାପଡା ଜିଲ୍ଲା ତନ୍ତିଆପାଳ ଥାନା ଚକଡାବଗୁଆ ଗାଁରେ ଘଟିଛି ଏଭଳି ଘଟଣା । ଗତକାଲି ବିଳମ୍ବିତ ରାତିରେ ପୁଅ ବିନୋଦ ଘଡେଇ ସାବତ ମାଆ ବିନତା ଘଡେଇଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା । ବଚସା ବଢିଯିବା ହେତୁ ପୁଅ ବିନୋଦ ରାଗିଯାଇ ମାଆକୁ ହେମଦସ୍ତାରେ ଛେଚି ହତ୍ୟା କରିଛି । ହତ୍ୟାକାରୀ ପୁଅ ବିନୋଦ ଘଡେଇକୁ ପୋଲିସ ଅଟକ ରଖିଛି । ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଚଳଇଛି ପୋଲିସ ।

   Related Posts