Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବିଦ୍ୟୁତ ଆଘାତରୁ ମା’ଙ୍କୁ ବଞ୍ଚାଇଦେଲେ, ଚାଲିଗଲା ନିଜ ଜୀବନ

26/05/2021 at 8:36 PM

ବାଲିପାଟଣା ୨୬।୫: ନିଜ ମାଆଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ଜୀବନ ଯାଇଛି । ମୃତକ ହେଉଛନ୍ତି ବାଳକାଟି ରଥିଜେମା ୮୦ ଘର ସାହିରେ ଭଡାରେ ରହୁଥିବା ପ୍ରତାପ ସାହୁ ।

ସୂଚନାଯୋଗ୍ୟ ଯେ, ପ୍ରତାପଙ୍କ ମାଆ ଛାତ ଉପରେ ତାରରେ ଏକ ଜରିପାଲ ଶୁଖାଉଥିବା ବେଳେ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା । ମାଆଙ୍କ ଚିତ୍କାର ଶୁଣି ପ୍ରତାପ ମାଆଙ୍କୁ ରକ୍ଷା କରିବାକୁ ଯାଇ ନିଜେ ମଧ୍ୟ ବିଦ୍ୟୁତ ଆଘାତ ପାଇଥିଲେ । କିଛି ସମୟ ପାଇଁ ପ୍ରତାପ ବିଦ୍ୟୁତ ତାର ସହ ଲାଖି ରହିଥିଲେ । ପରେ ଗୁରୁତର ହୋଇ ଛାତ ଉପରେ ପଡିଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଛନ୍ତି । ପ୍ରତାପଙ୍କ ମାଆ ମୃତ୍ୟୁ ମୁଖରୁ ଅଳ୍ପକେ ରକ୍ଷା ପାଇଛନ୍ତି ।

   Related Posts