Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

କ୍ବାରେଣ୍ଟାଇନ୍ ସେଣ୍ଟରରେ ଅସୁସ୍ଥ, କୋଭିଡ୍ ହସ୍ପିଟାଲ୍‌ରେ ମୃତ୍ୟୁ : ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପରିବାରଲୋକ

26/05/2020 at 3:10 PM

କଳାହାଣ୍ଡି ୨୬।୫: ଭବାନୀପାଟଣା କୋଭିଭ୍-୧୯ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସନ୍ଦିଗ୍ଧ ରୋଗୀଙ୍କ ମୃତ୍ୟୁ । ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପରିବାରଲୋକ । ମୃତକ ହେଲେ ଥବୀର ନାଏକ । ତାଙ୍କ ବୟସ ୩୫ ବର୍ଷ । ତାଙ୍କ ଘର ହେଉଛି ଡୁମେରଗୁଡାର ।

ଡାକ୍ତରଖାନାରେ ତାଙ୍କ ପେଟ ଦରଜ ହେଉଥିବା ବେଳେ ଚିକିତ୍ସା ଯୋଗାଇ ଦିଆଯାଇ ନଥିବା ଅଭିଯୋଗ ହୋଇଛି । ଏ ନେଇ ଧର୍ମଗଡ ଉପଜିଲ୍ଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି ପରିବାରଲୋକ । ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି ମଧ୍ୟ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ୨୧ ତାରିଖ ତାମିଲନାଡୁ ଫେରି ଜୁନାଗଡ ହାବସପୁର ସଙ୍ଗରୋଧ କେନ୍ଦ୍ରରେ ରହୁଥିଲେ । ଗତକାଲି ଗୁରୁତର ଅବସ୍ଥାରେ ତାଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ ସ୍ବାବ୍ ଟେଷ୍ଟ ରିପୋର୍ଟ ଆସି ନ ଥିବା ବେଳେ ଭବାନୀପାଟଣା କୋଭିଡ୍ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି ।

   Related Posts