ରେଳ ଧାରଣା କଡରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

Published By : Prameya-News7 Bureau | June 11, 2020 IST

ଅନୁଗୋଳ ୧୧।୬: ରେଳ ଧାରଣା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଅନୁଗୋଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

{"id":284498,"sizeSlug":"large"}

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା କୁମଣ୍ଡ ନିକଟ ରେଳ ଧାରଣା କଡରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ତେବେ ମୃତଦେହ ନିକଟରୁ ଏକ ମୋବାଇଲ ମଧ୍ୟ ପଡିଥିବା ଦେଖିବାକୁ ମିଳିଛି । ଯୁବକଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିନଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

{"id":284499,"sizeSlug":"large"}

ଘଟଣା ସଂପର୍କରେ ଖବର ପାଇ ଅନୁଗୋଳ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ପୋଲିସ । ଏ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.