Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ମୃତ୍ୟୁ ଏମିତି ଆସେ : ବାପାଙ୍କୁ ବଞ୍ଚାଇବାକୁ ଡାକ୍ତରଖାନା ନେବା ବାଟରେ ଚାଲିଗଲା ପୁଅର ପ୍ରାଣ

25/06/2020 at 10:38 AM

ସୋର ୨୫।୬: ବାପାକୁ ଡାକ୍ତରଖାନା ନେଇ ଯାଉଥିବା ବେଳେ ଦୁର୍ଘଟଣାରେ ଗଲା ପୁଅର ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ମଇତାପୁର ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ମଇତାପୁର ଗ୍ରାମର ଭାଗିରଥୀ ବେହେରାଙ୍କୁ ଗତକାଲି ରାତିରେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା । ଫଳରେ ପୁଅ ମନୋଜ ବେହେରା ତାଙ୍କୁ ବାଇକ୍ ଯୋଗେ ପ୍ରଥମେ ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ଡାକ୍ତର ତାଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନନ୍ତର କରିଥିଲେ । ସେଠାରୁ ପୁଅ ତାଙ୍କୁ ଭଦ୍ରକ ଡାକ୍ତରଖାନା ନେଇ ଯାଉଥିବା ବେଳେ ଚରମ୍ପା ରେଳ ପୋଲ ନିକଟରେ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ପୁଅ ମନୋଜଙ୍କର ମୃତ୍ୟୁ ହୋଇଛି । ଗୁରୁତର ବାପାଙ୍କୁ କଟକ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

   Related Posts