Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ମର୍ଣ୍ଣିଂ ଓ୍ବାକ୍ ବେଳେ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଯୁବକଙ୍କ ଜୀବନ

12/10/2020 at 11:52 AM

ଉଦଳା ୧୨।୧୦: ମର୍ଣ୍ଣିଂ ଓ୍ବାକ୍ ହେଲା କାଳ । ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଉଦଳା ଥାନା ବୃନ୍ଦାଗଡି ଗ୍ରାମର ରଇଦା ଟୁଡୁ ଆଜି ସକାଳେ ମର୍ଣ୍ଣିଂ ଓ୍ବାକ୍ ରେ ଆସିଥିଲେ । ପଡୋଶୀଙ୍କ ସହିତ ମର୍ଣ୍ଣିଂ ଓ୍ବାକ୍ ରେ ଆସିଥିବା ବେଳେ ଉଦଳା-ବାରିପଦା ରାସ୍ତାର ସୁନାପାଳ ଛକ ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଗାଡିଟି ଧକ୍କା ଦେବା ପରେ ସେଠାରୁ ଚାଲିଯାଇଥିବା ବେଳେ ଗାଡି ଧକ୍କାରେ ଘଟଣାସ୍ଥଳରେ ରଇଦା ଗୁରୁତର ହୋଇ ପଡି ରହିଥିଲେ । ପରେ ତାଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଖବର ପାଇ ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ଦୁର୍ଘଟଣା ଘଟାଇଥିବା ଗାଡିଟିର ଏବେ ସୁଦ୍ଧା କୌଣସି ପତ୍ତା ମିଳିପାରିନାହିଁ । 

   Related Posts