Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ, ବିଦ୍ୟୁତ କର୍ମଚାରୀ ନହୋଇ କରୁଥିଲେ କାମ

12/10/2020 at 9:38 AM

ନୀଳଗିରି ୧୨।୧୦: ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ଅଧିନ ପୋଡାଶୂଳ ଅଞ୍ଚଳରେ ବିଦ୍ୟୁତ ଷ୍ଟ୍ରକଚରରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ନରଣପୁର ଗ୍ରାମର ହିମାଂଶୁ ବାଗ ଓରଫ ମଣ୍ଟୁ । ପୋଡାଶୂଳ ଏବି ସୁଇଚ ପକାଇବା ବେଳେ ଏହା ଚାର୍ଜ ଥିବାରୁ ବିଦ୍ୟୁତ ଆଘାତ ଲାଗିଥିଲା । ତାଙ୍କୁ ଦମକଳ ବାହିନୀ ଆଣି ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ହେଲେ ମୃତକ ଜଣଙ୍କ ବିଦ୍ୟୁତ କର୍ମଚାରୀ ନହୋଇଥିବାରୁ ତାଙ୍କୁ କାମରେ ଲଗାଇଥିବା ବାଲିଗୋହିରୀ ଅଞ୍ଚଳର ମାନସ କୁମାର ଜେନା ଓରଫ ରାଜା ଶବକୁ ଏକ ଆମ୍ବୁଲାନ୍ସରେ ନେଇ ପଳାଇଥିଲେ । ଏନେଇ ଗ୍ରାମବାସୀମାନେ ନୀଳଗିରି ହସ୍ପିଟାଲରେ ପହଁଚି ପାଟିତୁଣ୍ଡ କରିଛନ୍ତି ।

   Related Posts