ଘର କାମ ବେଳେ ଅଘଟଣ, ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

Published By : Prameya-News7 Bureau | September 06, 2021 IST

ସାଲେପୁର ୬।୯: ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ । ମୃତ ଯୁବକ ହେଲେ କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ ବୋଇଲ ଗ୍ରାମର ରତ୍ନାକର ରାଉତଙ୍କ ପୁତ୍ର ଅଧିର ରାଉତ। ଘର କାମ ବେଳେ ଅଧିର ରାଉତ ବିଦ୍ୟୁତ ଆଘାତ ପାଇ ଗୁରୁତର ହୋଇପଡିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ନିମନ୍ତେ ସଙ୍ଗେ ସଙ୍ଗେ ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଥିବା ସୂଚନା ଦେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.