Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଯୁବକଙ୍କୁ କଚାଡି ମାରିଲା ହାତୀ

21/10/2020 at 4:11 PM

ନୀଳଗିରି ୨୧।୧୦: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଂଚଳରେ ଥିବା କୂଳଡିହା ଅଭୟାରଣ୍ୟକୁ କାଠ ଆଣିବାକୁ ଯାଇଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଜୁରିଆପାଟଣା ଗ୍ରାମର ରାମଚନ୍ଦ୍ର ସାମଲ ।

ବୁଧବାର ସକାଳେ ଔପଦା ବ୍ଲକ ଅଧିନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଜୁରିଆପାଟଣା ଗ୍ରାମର ପ୍ରାଣବନ୍ଧୁ ସାମଲଙ୍କ ପୁଅ ରାମଚନ୍ଦ୍ର କିଛି ଗ୍ରାମବାସୀଙ୍କ ସହ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ । ହଠାତ ହାତୀପଲ ହାବୁଡ଼ରେ ପଡି ଯାଇଥିଲେ । ସମସ୍ତେ ଛତ୍ରଭଙ୍ଗ ଦେଇଥିବା ବେଳେ ରାମଚନ୍ଦ୍ର ହାତୀ ହାବୁଡରେ ପଡିଯାଇଥିଲେ । ହାତୀ ତାଙ୍କୁ ଉଠାଇ କଚାଡିଦେବା ସହ ଦଳିଦେବାରୁ ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଥିଲା । ତାଙ୍କ ଶବକୁ ଗ୍ରାମବାସୀ ଜଙ୍ଗଲରୁ ଆଣି ଗାଁରେ ପହଂଚିବାପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । କୂଳଡିହା ବନ ବିଭାଗ ତଦନ୍ତ ଆରମ୍ଭ କରିଥିବା ବେଳେ ଶବଟିକୁ ପୋଷ୍ଟ ମର୍ଟମ ପାଇଁ ପଠାଇଛି ।

   Related Posts