Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଚକ ତଳେ ଚାପି ହୋଇ ଯୁବକଙ୍କ ମୃତ୍ୟୁ

1/05/2021 at 10:55 AM

ନୀଳଗିରି ୧।୫: ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତ ହାତୀଖୁଲିଆ ଗ୍ରାମରେ ଟ୍ରାକ୍ଟର ଚାପାରେ ଯୁବକଙ୍କ ମୃତ୍ୟୁ । ଅଳ୍ପକେ ରକ୍ଷା ପାଇଲେ ଡ୍ରାଇଭର ।

ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତ ହାତୀଖୁଲିଆ ଗ୍ରାମ ଟ୍ରାକ୍ଟର ଚାଳକ ନିଶାସକ୍ତ ହୋଇ ଟ୍ରାକ୍ଟର ଚଲାଉଥିଲା । ଘରକୁ ଫେରିଲା ବେଳେ ନିଶାସକ୍ତ ଅବସ୍ଥାରେ ଚଲାଉଥିବା ବେଲେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟମାରୁ ଡ୍ରାଇଭର ଅଳ୍ପକେ ରକ୍ଷା ପାଇଯାଇଥିବା ବେଳେ ତାଙ୍କ ସାନ ଭାଇ ଟ୍ରାକ୍ଟର ଚକ ତଳେ ଚାପିହୋଇଯାଇଥିଲେ । ଫଳରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ବୁଦ୍ଧିରାମ ସିଂ । ତାଙ୍କ ବୟସ ୨୫ ବର୍ଷ । ଘଟଣାସ୍ଥଳରେ ଉଶ୍ବରପୁର ଫାଣ୍ଡି ଅଧିକାରୀ ପହଁଞ୍ଚି ତଦନ୍ତ କରିବା ସହ ଶବ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ବେଳେ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଜବତ କରିଛନ୍ତି ।

   Related Posts