Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

ଟ୍ରେନ୍ ଲାଇନ୍‌ରେ କଟି ଯୁବକଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

8/04/2021 at 5:43 PM

ବାରିପଦା ୮।୪: ଟ୍ରେନ୍ ଲାଇନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଦେଇ ଯାଇଥିବା ରେଳ ଧାରଣା ଉପରେ ।

ସୂଚନାଯୋଗ୍ୟ ଯେ, ବୁଧବାର ରାତି ପ୍ରାୟ ୧୧ଟା ସମୟରେ ଭୁବନେଶ୍ବର-ବାଙ୍ଗିରିପୋଷି ସୁଫର ଫାଷ୍ଟ ଟ୍ରେନ୍ ବାରିପଦା ଷ୍ଟେସନ ଛାଡିବାର ଏକ କିଲୋମିଟର ପରେ ଜଣେ ଯୁବକ ଟ୍ରେନ୍ ଆଗକୁ ଡେଇଁ ପଡିଥିଲେ । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ମୃତ ଯୁବକ ଜଣଙ୍କ ରେଳ ଧାରଣା ଉପରେ ବସିଥିବାର ଦେଖିବାକୁ ମିଳିଥିଲା । ତେବେ ଅଚାନକ ଟ୍ରେନ୍ ଆସିଯିବାରୁ ଯୁବକ ଜଣଙ୍କ ଜାଣିପାରିନଥିବାରୁ ଏଭଳି ଦୁର୍ଘଟଣା ଘଟିଛି । ତେବେ ମୃତକ ଜଣଙ୍କ ପରିଚୟ ମିଳିନାହିଁ । ରେଳବାଇ ପୋଲିସ ଆସି ତଦନ୍ତ କରିବା ପରେ ମୃତକଙ୍କ ପରିଚୟ ମିଳିବା ସହ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଛି ତାହା ଜଣାପଡିବ । ତେବେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

   Related Posts