Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

କୂଅରୁ ଶିଶୁକୁ ଉଦ୍ଧାର କଲେ ହେଲେ ନିଜେ ବାହାରିପାରିଲେନି, ଚାଲିଗଲା ଜୀବନ

21/06/2021 at 5:31 PM

ଅନୁଗୋଳ ୨୧।୬: ଅନୁଗୋଳ ଛେଣ୍ଡିପଦା ଶିମିଳିପାଳ ଗାଁରେ ଅଘଟଣ । କୂଅରେ ପଡି ଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର କରିବାକୁ ଯାଇ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ପ୍ରଦୀପ ପ୍ରଧାନ। ତାଙ୍କ ମୃତଦେହକୁ ଦମକଳ ବାହିନୀ ଉଦ୍ଧାର କରିଛନ୍ତି । କିନ୍ତୁ ଶିଶୁଟି ସୁରକ୍ଷିତ ଉଦ୍ଧାର ହୋଇଛି।  

ସୂଚନାଯୋଗ୍ୟ ଯେ, ଶିମିଳିପାଳ ଗାଁର ଶିବ ପ୍ରଧାନଙ୍କ ୩ ବର୍ଷର ଶିଶୁ ଖେଳୁଥିବା ସମୟରେ କୂଅରେ ପଡିଯାଇଥିଲା। ତୁରନ୍ତ ସେହି ଗାଁର ୩ ଜଣ ବ୍ୟକ୍ତି ପ୍ରଦୀପ ପ୍ରଧାନ, ଶୁକ୍ରୁ ପ୍ରଧାନ ଏବଂ ଦୀପକ ପ୍ରଧାନ ଶିଶୁଟିକୁ ଉଦ୍ଧାର କରିବା ପାଇଁ କୂଅରେ ପଶିଥିଲେ। କିନ୍ତୁ ପ୍ରଦୀପ ଆଉ ବାହାରି ପାରି ନ ଥିଲା।  ପ୍ରଦୀପ ପ୍ରଧାନଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

   Related Posts