Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ଯୁବତୀ ବୁଡି ଯାଉଥିବା ବେଳେ ଉଦ୍ଧାର ପାଇଁ ନଦୀକୁ ଡେଇଁଲେ ୨ ଯୁବକ : ଚାଲିଗଲା ଜଣଙ୍କ ଜୀବନ

28/10/2020 at 4:55 PM

ବାରଙ୍ଗ ୨୮।୧୦: ବାରଙ୍ଗ ନରଣପୁର କାଠଯୋଡି ନଦୀ ଭାସିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଇଟାଭାଟିରେ କାମ କରୁଥିବା କିଛି ଯୁବକ ନିକଟସ୍ଥ ନରଣପୁର କାଠଯୋଡି ନଦୀକୁ ଗାଧୋଇବାକୁ ଯାଇଥିଲେ । ସମସ୍ତେ ଗାଧାଉଥିବା ବେଳେ ଜଣେ ଯୁବତୀ ଭାସି ଯାଇଥିଲେ । ଏହା ଦେଖି ଯୁବତୀଙ୍କୁ ଉଦ୍ଧାର ପାଇଁ ଦୁଇ ଜଣ ଯୁବକ ପାଣିକୁ ଡେଇଁ ପଡିଥିଲେ ।

ସୁଦାମ ରାଏ ନାମକ ଯୁବକ ବୁଡିଯାଉଥିବା ଯୁବତୀଙ୍କୁ ଉଦ୍ଧାର କରି ଉପରକୁ ପଳାଇ ଆସିଥିବା ବେଳେ ଅନ୍ୟ ଜଣେ ଯୁବକ ଫେରି ପାରିନଥିଲେ । ରୋହିତ ନାମକ ଯୁବକ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ହୋଇଯାଇଥିଲା । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଆସି ଦୁଇ ଘଣ୍ଟା ଖୋଜାଖୋଜି କଲା ପରେ ରୋହିତଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବକଙ୍କ ଘର ପଶ୍ଚିମବଙ୍ଗ ସିଂଘଭୂମି ଜିଲ୍ଲାର ବୋଲି ଜଣାପଡିଛି ।

   Related Posts