ଓଭରବ୍ରିଜ୍ ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ

Published By : Prameya-News7 Bureau | October 20, 2020 IST

ନୀଳଗିରି ୨୦।୧୦: ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ । ବାଲେଶ୍ଵର ଜିଲ୍ଲା ତାମୂଳିଆ ଓଭରବ୍ରିଜ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଯୁବକ ।

ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ତାମୂଳିଆ ଓଭରବ୍ରିଜ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଯୁବକ । ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ଵର ଡାକ୍ତରଖାନାକୁ ନେବା ପରେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ତେବେ କଟକ ଡାକ୍ତରଖାନା ଯିବା ବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ତାଙ୍କ ଛାତିରେ ପଥର ମାଡ ହୋଇଥିବାରୁ ପ୍ରବଳ ରକ୍ତସ୍ରାବ ହେବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଯାହା ଫଳରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.