Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଭାଉଜର ସମ୍ମାନ ରକ୍ଷାକରି ବଳି ପଡିଲେ ଦିଅର !

11/06/2020 at 8:43 AM

ଆନନ୍ଦପୁର ୧୧।୬: ପଡୋଶୀ କବଳରୁ ଭାଉଜକୁ ବଞ୍ଚାଇବା ଦିଅର ପାଇଁ ହେଲା କାଳ । ଶେଷରେ ଚାଲିଗଲା ଦିଅରର ଜୀବନ । ଏଭଳି ଘଟଣା ଦେଖିବାକୁ ମିଳିଛି ଘସିପୁରା ଥାନା କୁମୁଡ ଗାଁରେ ।

ସୂଚନାଯୋଗ୍ୟ ଯେ, ବୁଧବାର ଗାଁର ଜଣ ମହିଳାଙ୍କୁ ତାଙ୍କ ପଡୋଶୀ ଖରାପ ଭାଷାରେ ଗାଳିଗୁଲଜ କରିବା ସହ ମାଡ ମାରିଥିଲେ । ଏହି ସମୟରେ ଦିଅର ଦିବାକର ନାୟକ ମଝିରେ ପଶି କଳି ଛଡାଇଥିଲା । ଏହି କାରଣକୁ କେନ୍ଦ୍ରକରି ଅଯୋଧ୍ୟାଙ୍କ ପୁଅ ସିପୁ ଦିବାକରଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଦେଇଥିଲେ ।

ତେବେ ବୁଧବାର ବିଳମ୍ବିତ ରାତିରେ ଦିବାକରଙ୍କ ମୃତଦେହ ଗାଁ ନିକଟ ଏକ ବିଲରେ ପଡିଥିବା ଦେଖି ଗାଁ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସିପୁକୁ ଅଟକ ରଖି ପଚାରା ଉଚାରା କରୁଛି ।

   Related Posts