Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

20/08/2020 at 4:05 PM

ବଡବିଲ୨୦।୮: କେନ୍ଦୁଝର ଜିଲ୍ଲା ଯୋଡା ଥାନା ଅନ୍ତର୍ଗତ ବିଲେଇପଦା କାରଣସାହି ଅଂଚଳର ସନ୍ତୋଷ ମୁଣ୍ଡା ନାମକ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ସନ୍ତୋଷଙ୍କ ଭାଇ ଶିବନାଥଙ୍କ କହିବା ଅନୁଯାୟୀ ଗତ ମଙ୍ଗଳବାର ଦିନ ଗାଈ ଚରାଇବାକୁ ଯାଇ ସନ୍ତୋଷ ଆଉ ଘରକୁ ଫେରି ନଥିଲେ । ତେବେ ବହୁ ଖୋଜାଖୋଜି ପରେ ଗୁରୁବାର ଗାଁଠାରୁ କିଛି ଦୂରରେ ଏକ ନାଳ ନିକଟରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ଖବର ପାଇ ଯୋଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କେଉଁ ପରିସ୍ଥିତିରେ ସନ୍ତୋଷଙ୍କ ମୃତ୍ୟୁ ହେଲା ଏବଂ ଏହା ଏକ ଦୁର୍ଘଟଣା ଜନିତ ମୃତ୍ୟୁ ନା ହତ୍ୟାକାଣ୍ଡ ତାହା ତଦନ୍ତ ପରେ ସ୍ପଷ୍ଟ ହୋଇପାରିବ ।

   Related Posts