Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କେନାଲରେ ଭାସୁଛି ଯୁବକଙ୍କ ମୃତଦେହ, ନିକଟରେ ପଡିଛି ସାଇକେଲ୍

1/02/2021 at 10:35 AM

ଡେଲାଙ୍ଗ ୧।୨: କେନାଲରେ ଭାସୁଛି ଯୁବକଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ପୁରୁଣା ଡେଲାଙ୍ଗ କେନାଲରେ। ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ପୁରୁଣା ଡେଲାଙ୍ଗ କେନାଲରେ ଯୁବକଙ୍କ ମୃତଦେହ ଭାସୁଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଏ ନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ବ୍ୟବଚ୍ଛେଦ ପାଇଁ ମୃତଦେହକୁ ପୋଲିସ ମେଡିକାଲକୁ ପଠାଇଦେଇଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ମୁନିନ୍ଦା ପଞ୍ଚାୟତ ଅଳଉତା ଗାଁର ଶୁଭେନ୍ଦୁ ପଟ୍ଟନାୟକ ବୋଲି ଜଣାପଡିଛି।

ମୃତଦେହ ନିକଟରେ ଏକ ସାଇକେଲ ପଡିଥିବାର ଦେଖିବାକୁ ମିଳିଛି । ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଛି ନା ତାଙ୍କ ମୃତ୍ୟୁ ଅନ୍ୟ କେଉଁ କାରଣରୁ ହୋଇଛି ତାହା ସ୍ପଷ୍ଟ ଜଣାପଡିନାହିଁ । ଘଟଣାସ୍ଥଳରେ ଡେଲାଙ୍ଗ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts