Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କଳାହାଣ୍ଡି ୨୭।୨: ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ କେସିଙ୍ଗା ଅଞ୍ଚଳର ବ୍ରିଜେଶ ମାଝୀ । ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କୋକସରା ଥାନା ଫୁପଲା ସିର୍ଲୀଗୁଡା ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଯୁବକଙ୍କ ମୃତଦେହ ନିକଟରେ ତାଙ୍କ ବାଇକ୍ ପଡିଥିବାର ଦେଖିବାକୁ ମିଳିଛି । ଏହା ଏକ ଦୁର୍ଘଟଣା ଜନିତ ମୃତ୍ୟୁ ନା ହତ୍ୟା ପରେ ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା କରାଯାଇଛି ତାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts