Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ସନ୍ଦେହଜନକ ଅବସ୍ଥାରେ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକ

27/12/2020 at 7:50 AM

ରାଉରକେଲା ୨୭।୧୨: ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ରାଉରକେଲା ଟାଙ୍ଗରପଲ୍ଲୀ ଥାନା ଅଞ୍ଚଳରୁ ୨୩ ବର୍ଷ ବୟସ୍କ ଯୁବକଙ୍କ ମୃତଦେହ ମିଳିଛି । ଗତ ସୋମବାରଠାରୁ ଯୁବକ ଜଣଙ୍କ ନିଖୋଜ ଥିଲେ ।

ସୂଚନାଯୋଗ୍ୟ ଯେ, ରାଉରକେଲା ଟାଙ୍ଗରପଲ୍ଲୀ ଥାନା ଅଞ୍ଚଳରୁ ଶନିବାର ଉଲଗ୍ନ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ଫର୍ଟିଲାଇଜର କଲୋନୀ ନିକଟ ଡମ୍ପିଂୟାର୍ଡରେ ମୃତଦେହଟି ଦେଖି ପରିବାରଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା ।

ମୃତ ଯୁବକ ଜଣଙ୍କ ହେଉଛନ୍ତି ଲାଲଟାଙ୍କି ଅଞ୍ଚଳର ବିନୋଦ କୈବର୍ତ୍ତ । ଗତ ସୋମବାରଠାରୁ ସେ ନିଖୋଜ ଥିଲେ । ତାଙ୍କୁ କେହି ହତ୍ୟାକରି ଫିଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts