Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଦୀର୍ଘ ଦିନ ପରେ ବସିଲା ପୁରୀ ଜିଲ୍ଲା ପରିଷଦ ବୈଠକ, ବିଭିନ୍ନ ସମସ୍ୟା ନେଇ ଚାଲିଛି ଆଲୋଚନା

30/10/2021 at 1:02 PM

ପୁରୀ ୩୦।୧୦ : ଦୀର୍ଘ ଦିନ ପରେ ବସିଲା ଜିଲ୍ଲା ପରିଷଦ ବୈଠକ। ପୁରୀ ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ବୈଠକ। ଏହି ବୈଠକରେ ଜିଲ୍ଲାପରିଷଦର ସମସ୍ତ ସଦସ୍ୟ ଓ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି।

ଖବର ଅନୁଯାୟୀ, ପାନୀୟଜଳ ଯୋଗାଣ ଓ ପରିମଳ ବିଭାଗ, ଗ୍ରାମ ନିର୍ମାଣ ବିଭାଗ, ସ୍ବାସ୍ୟ ଓ ପରିବାର କଲ୍ୟାଣ ବିଭାଗ ଭଳି ଅନେକ ଗୁରୁତ୍ଵପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେଉଛି। ଏହାସହ ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ୫ମ ଅର୍ଥ କମିଶନଙ୍କ ସୁପାରିଶ ଆଧାରରେ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ମାନଙ୍କ ଦ୍ବାରା ଦିଆଯାଇଥିବା ପ୍ରକଳ୍ପ ଗୁଡିକର ଅନୁମୋଦନ ମଧ୍ୟ କରାଯିବ। ୨୦୨୧-୨୨ ଆର୍ଥିକ ବର୍ଷରେ ଅନୁଦାନ ଖର୍ଚ୍ଚ ଓ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଉଛି। 

ତେବେ ଏହି ବୈଠକରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ, ଜିଲ୍ଲାପାଳ ସମର୍ଥ ବର୍ମା, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥି, ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ସହ ଜିଲ୍ଲାପରିଷଦର ସମସ୍ତ ସଦସ୍ୟ ଓ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି।

   Related Posts