ରବିବାର ରାଶିଫଳ: ମାନସିକ ଅସ୍ଥିରତା ଲାଗି ରହିବ, କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ

Published By : Prameya-News7 Bureau | October 09, 2021 IST

ମେଷ – କୌଣସି କାମ ଶୃଙ୍ଖଳିତ ନ ହେବା କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ । ପରୋକ୍ଷ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରନ୍ତୁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ବୃଷ – ଦୁର୍ବଳ ରାଶ୍ୟାଧିପତି ଯୋଗୁ ସ୍ୱାସ୍ଥ୍ୟ ବିଶେଷ ଭଲ ରହି ନ ପାରେ । ଦୂରସ୍ଥ ସନ୍ତାନମାନଙ୍କ ସମସ୍ୟା ସମାଧାନର ଚିନ୍ତା ମନକୁ ଆନ୍ଦୋଳିତ କରିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମିଥୁନ - ବହୁ ପୂର୍ବରୁ ଯୋଜନା କରିଥିବା କାମ ଆରମ୍ଭ ସକାଶେ ଚେଷ୍ଟା କରିପାରନ୍ତି । ପାରିବାରିକ ସମସ୍ୟା ସହଜରେ ସମାଧାନ କରିବାରେ ସଫଳ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଉତ୍ତମ ଫଳ ପାଇବେ ।

କର୍କଟ – ଶନିଙ୍କ କୁପ୍ରଭାବରୁ ସମସ୍ତ ସୁବିଧା ଥାଇ ମଧ୍ୟ କେତେକ କାମ ଅଧୁରା ରହିଯିବ । ନିଜର ଫାଇଦା ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ସିଂହ – ଯେତେ ପ୍ରକାରର ସୁବିଧା ସୁଯୋଗ ପ୍ରଦାନ କଲେ ମଧ୍ୟ ଆତ୍ମୀୟମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ । ସାମାଜିକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କନ୍ୟା – ଆଜି ବନ୍ଧୁମାନଙ୍କ ଗହଣରେ ଆନୁଷଙ୍ଗିକ ସାହାର୍ଯ୍ୟ, ସହ-ଯୋଗ ଏବଂ ସମ୍ମାନ ପାଇ ଖୁସି ହେବେ । ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନୁଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ବିବାଦୀୟ ଘଟଣାରେ ନୀରବ ରହିବା ବ୍ୟତୀତ ଅନ୍ୟ କୌଣସି ରାସ୍ତା ପାଇବେ ନାହିଁ । କାମ ଶୃଙ୍ଖଳିତ ନ ହେବା କାରାଣରୁ ଅଭାବ ନ ଥାଇ ମଧ୍ୟ ଭଲ ଲାଗିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବିଛା – କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ସମସ୍ତଙ୍କୁ ଆପଣେଇ ନେବେ । ମନୋରଞ୍ଜନରେ, ଯାତ୍ରା ସମୟରେ ବନ୍ଧୁ ମିଳନରେ , ଆଲୋଚନା କ୍ଷେତ୍ରରେ ନିଜକୁ ସଂକୁଚିତ ମନେ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ଧନୁ – ସମ୍ପର୍କୀୟଙ୍କ ସାହାର୍ଯ୍ୟରେ କୌଣସି ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ଯୋଜନାବଦ୍ଧ ଭାବରେ ଆରମ୍ଭ କରିବାକୁ ଯାଉଥିବା ନୁତନ କର୍ମଟି ପ୍ରୀତିପଦ ରହିବ । ଦୁଶ୍ଚିତା କାରଣରୁ ରକ୍ତଚାପ ବଢିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଶ୍ରମ ସାର୍ଥକ ହେବ ।
କୁମ୍ଭ - ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାର୍ଯ୍ୟ ସହାୟକ ହୋଇପାରେ । ଆଜି ହଠାତ୍ ନୂତନ କର୍ମସଂସ୍ଥାନ ପାଇଁ ମନ ଦେଇ ପାରନ୍ତି । । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମୀନ - ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.